ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ: ହିରୋସିମାରେ ଚାଲିଥିବା ଜି-୭ ବୈଠକରେ ଦୁଇ ନେତାଙ୍କ ମଧ୍ୟରେ ସାକ୍ଷାତ

175

କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ହିରୋସିମାରେ ଚାଲିଥିବା ଜି-୭ ବୈଠକରେ ଦୁଇ ନେତାଙ୍କ ମଧ୍ୟରେ ସାକ୍ଷାତ ହୋଇଛି । ବାଇଡେନ୍ ବୈଠକରେ ପହଂଚିବା ପରେ ସେଠାରେ ପୂର୍ବରୁ ବସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ଯାଇଥିଲେ । ମୋଦୀଙ୍କୁ ଆଲିଙ୍ଗନ କରିଥିଲେ ଜୋ ବାଇଡେନ୍ । ଦୁଇ ନେତାଙ୍କ ମଧ୍ୟରେ କିଛି ସମୟ ଆଲୋଚନା ହୋଇଥିଲା ।