ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ କାଶୀ ବିଶ୍ୱନାଥ ମନ୍ଦିରରେ କଲେ ପୂଜାର୍ଚ୍ଚନା ।

69

କନକ ବ୍ୟୁରୋ: ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ମୋଦୀ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବାରଣାସୀର କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାଚ୍ଚର୍ନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଗତକାଲି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’ ଦେଖିବାକୁ ମିଳିଥିଲା । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାତଙ୍କ ସହ ମିଶି ୬ କିଲୋମିଟରର ରୋଡ ସୋ’ କରିଥିଲେ ମୋଦୀ । ପ୍ରାୟ ଅଢେଇ ଘଂଟାର ରୋଡ ସୋ’ ପରେ ପ୍ରଧାନମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ଆଜି ସାଢେ ୧୧ ଟାରୁ ୧୧ ଟା ୪୦ ମଧ୍ୟରେ ମୋଦୀ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ ସୂଚନା ରହିଛି । ଜୁନ ୧ ତାରିଖ ତଥା ଶେଷ ପର୍ଯ୍ୟାୟରେ ବାରଣାସୀରେ ନିର୍ବାଚନ ହେବାର ଅଛି । ୨୦୧୪ରେ ପ୍ରଧାନମନ୍ତ୍ରୀ ମୋଦୀ ବାରଣାସୀ ଆସନରୁ ୩ ଲକ୍ଷ ୩୭ ହଜାରରୁ ଅଧିକ ଭୋଟରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଅରବିନ୍ଦ କେଜ୍ରିୱାଲଙ୍କୁ ହରାଇଥିଲେ । ୨୦୧୯ରେ ମୋଦୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସମାଜବାଦୀ ପାର୍ଟିର ସାଲିନି ଯାଦବଙ୍କୁ ୪ ଲକ୍ଷ ୮୦ ହଜାରରୁ ଅଧିକ ଭୋଟରେ ହରାଇଥିଲେ ।