ମନ୍ତ୍ରୀ ନବ କିଶୋର ଦାସଙ୍କ ଦେହାନ୍ତରେ ଶୋକପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି। ପରିବାର ପ୍ରତି ଜଣାଇଲେ ସମବେଦନା।

1,246

କନକ ବ୍ୟୁରୋ: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ପ୍ରମୁଖ ବ୍ୟକ୍ତି ବିଶେଷ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଟ୍ୱିଟ କରି ଲେଖିଛନ୍ତି, ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଦୁଃଖଦ ପରଲୋକରେ ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି । ତାଙ୍କର ଅମର ଆତ୍ମାର ସତଗତି କାମନା କରୁଛି ।

ମୁଖ୍ୟମନ୍ତ୍ରୀ ନିଜର ଶୋକବାର୍ତ୍ତାରେ ଲେଖିଛନ୍ତି, ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜର ଶୋକ ବାର୍ତ୍ତାରେ ନବୀନ ଲେଖିଛନ୍ତି, ନବଙ୍କ ଦେହାନ୍ତରେ ମୁଁ ମର୍ମାହତ । ତାଙ୍କର ବିୟୋଗ ରାଜ୍ୟ ତଥା ଦଳ ପାଇଁ ଅପୂରଣୀୟ କ୍ଷତି । ଡାକ୍ତରଙ୍କ ଶତ ଚେଷ୍ଟା ପରେ ମଧ୍ୟ ତାଙ୍କୁ ବଞ୍ଚାଇ ରଖାଯାଇପାରିନଥିଲା ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି, ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ବ୍ରଜରାଜନଗରରେ ଏକ କାର୍ୟ୍ୟକ୍ରମରେ ଯୋଗଦେବା ସମୟରେ ତାଙ୍କୁ ଗୁଳିମାଡ ପରେ ହସ୍ପିଟାଲରେ ସେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି । ଜନପ୍ରତିନିଧି ଭାବରେ ତାଙ୍କର କାର୍ୟ୍ୟ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ୟ୍ୟ ଓ ସାହସ ପ୍ରଦାନ କରନ୍ତୁ ।