ଚାଷୀଙ୍କୁ ଗୋଡାଇ ଗୋଡାଇ ପିଟିଲା ପୁଲିସ୍: ଦିଲ୍ଲୀରେ କୃଷକଙ୍କ ଟ୍ରାକ୍ଟର ରାଲି ବେଳେ ଅଭାବନୀୟ ପରିସ୍ଥିତି; ସୀମା ଭିତରକୁ ଗଲାବେଳେ ପୋଲିସ ସହ ମୁହାଁମୁହିଁ ଚାଷୀ
ଟିକ୍ରି ଓ ସିଂଘୁ ସୀମାରେ ବ୍ୟାରିକେଡ୍ ଭାଙ୍ଗିଲେ ଚାଷୀ
କନକ ବ୍ୟୁରୋ: ଆଜି ଦିଲ୍ଲୀରେ ୭୨ତମ ଗଣତନ୍ତ୍ର ଦିବସ ପରେଡ ଉପରେ ଯେମିତି ନଜର ରହିଥିଲା ସେମିତି ଚାଷୀଙ୍କ ଟ୍ରାକ୍ଟର ରାଲିର ରୂପରେଖ କଣ ହେବ ତା ଉପରେ ମଧ୍ୟ ରହିଥିଲା ସାରା ଦେଶର ନଜର ।
Kanak News is now on WhatsApp
Join and get latest news updates delivered to you via WhatsApp
Police use tear gas shells to disperse the protesting farmers at ITO in central Delhi. #FarmersLaws pic.twitter.com/FiF68Q0cVM
— ANI (@ANI) January 26, 2021
ଏ ସବୁ ଫଟୋ ଉପରେ ଥରେ ନଜର ପକାନ୍ତୁ । ଏ ହେଉଛି ଚାଷୀଙ୍କ ଟ୍ରାକ୍ଟର ରାଲିର ଚିତ୍ର । ପୂର୍ବ ଘୋଷଣା ଅନୁସାରେ, ଦିଲ୍ଲୀ ମାର୍ଚ୍ଚ କରିଛନ୍ତି ଚାଷୀ ସଂଗଠନ । ଆଉ ଏତିକିବେଳେ ପୁଲିସ ଅଟକାଇବାରୁ ଦିଲ୍ଲୀ ସୀମାର ବିଭିନ୍ନ ସ୍ଥାନରେ ପୁଲିସ ଓ ଚାଷୀ ସଂଗଠନ ମୁହାଁମୁହିଁ ହୋଇଛନ୍ତି । କୃଷକଙ୍କ ଟ୍ରାକ୍ଟର ପରେଡ ହେବା ପୂର୍ବରୁ ପୁଲିସ ବ୍ୟାରିକେଡ ଭାଙ୍ଗିଦେଇଛନ୍ତି ବିରୋଧ ପ୍ରଦର୍ଶନକାରୀ ।
#WATCH: A Delhi Police personnel rescued by protesters as one section of protesters attempted to assault him at ITO in central Delhi. #FarmLaws pic.twitter.com/uigSLyVAGy
— ANI (@ANI) January 26, 2021
ଆଜି ସକାଳେ ଆନ୍ଦୋଳନରତ କୃଷକ ସଂଗଠନର ଏକ ଗୋଷ୍ଠୀ ସିଙ୍ଘୁ ବର୍ଡରରେ ପୁଲିସ ବ୍ୟାରିକେଡ ଭାଙ୍ଗି ପଦଯାତ୍ରା ଆରମ୍ଭ କରିଛନ୍ତି । ହଜାର ହଜାର କୃଷକ ପତାକା ଧରି ଚାଲି ଚାଲି ସିଙ୍ଘୁ ବର୍ଡରରୁ ଦିଲ୍ଲୀ ଅଭିମୁଖେ ଶୋଭାଯାତ୍ରାରେ ବାହାରିଛନ୍ତି । ଏହି ରାଲିରେ ୫ହଜାର ଟ୍ରାକ୍ଟର ଏବଂ ୫ ହଜାର ଲୋକ ସାମିଲ ହେବା ପାଇଁ ଦିଲ୍ଲୀ ପୋଲିସଠାରୁ ଅନୁମତି ମିଳିଛି । ଟ୍ରାକ୍ଟର ରାଲିକୁ ଆଖିରେ ରଖି ସକାଳ ୮ଟାରୁ ରାତି ୮ଟା ପର୍ଯ୍ୟନ୍ତ ଆନନ୍ଦ ବିହାର ରେଳଷ୍ଟେସନରୁ ଟ୍ରେନ ଚଳାଚଳ ବନ୍ଦ ରହିବ ।
#WATCH Protesters break barricade, attack police personnel and vandalise police vehicle at ITO in central Delhi pic.twitter.com/1ARRUX6I8E
— ANI (@ANI) January 26, 2021
ସେପଟେ ଟ୍ରାକ୍ଟର ପରେଡକୁ ନେଇ ଗତକାଲି ଗୃହମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି । ଏଥିରେ ଗୃହସଚିବ, ଦିଲ୍ଲୀ ପୋଲିସ କମିଶନର, ଆଇବି ମୁଖ୍ୟ ସାମିଲ ହୋଇଥିଲେ । ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଗୃହମନ୍ତ୍ରୀ ଏହି ବୈଠକ ଡାକିଥିଲେ । ଟ୍ରାକ୍ଟର ପରେଡ ପାଇଁ ଅନୁମତି ମିଳିବା ପରେ ଆସନ୍ତା ଫେବ୍ରୁଆରୀ ୧ତାରିଖରେ ଚାଷୀମାନେ ସଂସଦ ମାର୍ଚ୍ଚ କରିବା ପାଇଁ ଘୋଷଣା କରିଦେଇଛନ୍ତି ।