ପୁରୀ ବାଣ ବିସ୍ଫୋରଣ ଘଟଣା: ଆହତଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ, ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥାର କଲେ ତଦାରଖ ।

97

କନକ ବ୍ୟୁରୋ: ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣରେ ଆହତଙ୍କୁ ପୁରୀ ହସ୍ପିଟାଲ ଯାଇ ଭେଟିଛନ୍ତି ମୁଖ୍ୟ ଶାସନ ସଚିବ । ଚିକିତ୍ସିତ ହେଉଥିବା ରୋଗୀଙ୍କ ସହ ଆଲୋଚନା ସହ ଚିକିତ୍ସା ବ୍ୟବସ୍ଥା ପଚାରି ବୁଝିଛନ୍ତି । ଏ ଘଟଣାରେ ପୁଲିସ ଏକ ମାମଲା ରୁଜୁ କରିଥିବା ବେଳେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁରୀ ଏସପି ।

ଏପଟେ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସମ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି  । ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ  । ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି  । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମୃତକଙ୍କ ସମ୍ପର୍କୀୟଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀ ବାଣ ବିସ୍ଫୋରଣ ଘଟଣାରେ ଏପର୍ଯ୍ୟନ୍ତ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି ।