ଆଜିଠୁ ତିନି ଦିନ ବନ୍ଦ ରହିବ ଶ୍ରୀମନ୍ଦିର : ସୋମବାରରୁ ନୂଆ କଟକଣା ସହ ଦର୍ଶନ

180

କନକ ବ୍ୟୁରୋ : ଆଜିଠୁ ତିନିଦିନ ଶ୍ରୀମନ୍ଦିର ଦର୍ଶନ ବନ୍ଦ ଘୋଷଣା କରିଛି ମନ୍ଦିର ପ୍ରଶାସନ । ସୋମବାରଠାରୁ ନୂଆ କଟକଣାରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି । ହଜାର ହଜାର ଭକ୍ତ ଆଜି ମହାପ୍ରଭୁଙ୍କ ଦର୍ଶନ କରି ଫେରିଛନ୍ତି । ସକାଳୁ ସଂଧ୍ୟା ପର୍ଯ୍ୟନ୍ତ ଏହି ଭିଡ଼ ଲାଗି ରହିଥିବା ଦେଖିବାକୁ ମିଳିଛି ।

ମନ୍ଦିର ପ୍ରଶାସନ ସୂଚନା ମୁତାବକ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ସେପଟେ ପୂର୍ବ ଏସ୍‌ଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସ୍‌ଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ । କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ବାକି ୬ ଦିନ ଭକ୍ତମାନେ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ସେପଟେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କଟକଣା ହଟାଇ ଦିଆଯାଇଥିବାରୁ ସୋମବାରଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ସପରିବାର ମହାପ୍ରସାଦ ସେବନ କରିପାରିବେ । ମହାପ୍ରଭୁଙ୍କ ପାଇଁଫୁଲ, ଦୀପ, ଧୂପ ନେଇ ଶ୍ରୀମନ୍ଦିରକୁ ଯାଇପାରିବେ ।