୩୦ ଏପ୍ରିଲ ସୁଦ୍ଧା ସରିବ ପୁରୀ ଜଗମୋହନ ନାଟମଣ୍ଡପ ମରାମତି । ହାଇକୋର୍ଟଙ୍କୁ ଜଣାଇଲା ଏଏସଆଇ । ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ।

74

କନକ ବ୍ୟୁରୋ: ଆସନ୍ତା ଏପ୍ରିଲ ୩୦ ଭିତରେ ସରିବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି । ଏନେଇ ହାଇକୋର୍ଟକୁ ଜଣାଇଛି ଏଏସଆଇ । ହାଇକୋର୍ଟ ଏନେଇ ପରବର୍ତ୍ତୀ ଶୁଣାଣି ପୂର୍ବରୁ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସପ୍ତାହରେ ମାମଲାର ପରବର୍ତୀ ଶୁଣାଣି ହେବ । ଆମିକସ୍ କ୍ୟୁରି ନାଟମଣ୍ଡପ ମରାମତି କାମ ଜାରି ରହିଥିବା ନେଇ କୋର୍ଟଙ୍କୁ ଅବଗତ କରାଇଛନ୍ତି । ଏଏସଆଇର ମରାମତି କାମ ଅନୁଧ୍ୟାନ କରିବା ପାଇଁ ହାଇକୋର୍ଟ ଆମିକସ୍ କ୍ୟୁରିଙ୍କୁ ନିଯୁକ୍ତ କରିଥିଲେ ।