କନକ ବ୍ୟୁରୋ : ଜାନୁଆରୀ ୧୭ରେ ପୁରୀ ପରିକ୍ରମା ପ୍ରକଳ୍ପର ହେବ ପ୍ରତିଷ୍ଠା । ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଜାନୁଆରୀ ୧୭ରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବାକୁ ଥିବା ବେଳେ ଜାନୁଆରୀ ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ । ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ । ୫ ଦିନ ଧରି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ ।
ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂର୍ବରୁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହଦେବ । ପ୍ରଥମେ ଜଗନ୍ନାଥ ବଲ୍ଳଭରେ ହେଉଥିବା ମଲ୍ଟି ଲେଭଲ ପାର୍କିିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, ୧୪୨୦ କାର ପାର୍କିଂ, ୨ ଶହ ଦୁଇ ଚକିଆ ଯାନ କାର୍ଯ୍ୟର ସମୀକ୍ଷା କରିଥିଲେ । ପ୍ରକଳ୍ପ ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ବୈଠକରେ ଆଲୋଚନା ଥିବାରୁ ତା ପୂର୍ବରୁ ସମୀକ୍ଷା କରିଛନ୍ତି ଗଜପତି । ଗଜପତି ମହାରାଜାଙ୍କ ସମୀକ୍ଷା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଉପଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ । ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ।
Follow Us