ପବିତ୍ର ଅକ୍ଷୟ ତୃତୀୟାରେ ଅନୁକୂଳ ହେବ ରଥନିର୍ମାଣ । କିଛି ସମୟ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

76

କନକ ବ୍ୟୁରୋ : ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ଆରମ୍ଭ ହେବ ରଥନିର୍ମାଣ ପାଇଁ ଅନୁକୂଳ ନୀତି ଓ ଚନ୍ଦନଯାତ୍ରା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଂଟ ପ୍ରସ୍ତୁତ କରାଯାଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ବଢିଛି । ମଙ୍ଗଳ ଆରତୀ ପରେ ମଇଲମ, ଯାତ୍ରାଙ୍ଗୀ ମହାସ୍ନାନ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣଘର ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଛି । ସେପଟେ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ହେବ । ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଛି ।