ସରିଲା ଶ୍ରୀବିଗ୍ରହଙ୍କ ପହଣ୍ଡି ବିଜେ ନୀତି : ଗଜପତି କରିବେ ଛେରାପହଁରା; ଦିନ ୩ଟାରେ ରଥଟଣା

77

କନକ ବ୍ୟୁରୋ : ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଘୋଷଯାତ୍ରା। ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ବଡଦାଣ୍ଡକୁ ଚାଲି ଆସିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବ୍ୟସ୍ତ । ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ରଥଯାତ୍ରାରେ ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି । ଏଥିପାଇଁ ଆଜି ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ ।

ପବିତ୍ର ରଥଯାତ୍ରା ଅବସରରେ ତିନି ଠାକୁର ରଥାରୂଢ଼ ହୋଇ ବଡ଼ଦାଣ୍ଡରେ ଯାତ୍ରା କରିବେ । କାହିଁକି ନା କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡଦାଣ୍ଡ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ହେଲେ କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡଦାଣ୍ଡ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ।

ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି । ଇତିମଧ୍ୟରେ ସରିଛି ତିନି ଠାକୁରଙ୍କ ପହଣ୍ଡିବିଜେ ନୀତି । ଦେବଦଳନ ରଥରେ ରଥାରୂଢ଼ ହୋଇସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା । ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ଡାକୁର ଶ୍ରୀବଳଭଦ୍ର । ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ବିଜେ କରିଛନ୍ତି ।