ଆଜି ଆଡପ ମଣ୍ଡପରେ ଶ୍ରୀଜିଉଙ୍କ ବନକଲାଗି ନୀତି : ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

88

କନକ ବ୍ୟୁରୋ : ଆଜି ଆଡପ ମଣ୍ଡପରେ ଶ୍ରୀଜିଉଙ୍କ ବନକଲାଗି ନୀତି । ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଜନ୍ମବେଦୀରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ତିନିଠାକୁର । ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ନୀତି ନିର୍ଘଣ୍ଟ ଅନୁସାରେ ସନ୍ଧ୍ୟା ୬ଟାରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବ । ଯଦି ଏପରି ହୁଏ ତେବେ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବାର ଅନୁମାନ କରାଯାଉଛି । ତେବେ ଆଜି ନୀତିକାନ୍ତି ଉପରେ ଏହି ଦର୍ଶନ ବନ୍ଦ ସମୟ ନିର୍ଭର କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।