କନକ ବ୍ୟୁରୋ: ଆଜି ରାୟଗଡା ଆସିବେନି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଆଜି କଂଗ୍ରସର ରାୟବରେଲି ଆସନ ପାଇଁ ରାହୁଲ ନାଁ ଘୋଷଣା କରିବା ପରେ ଆଜି ରାୟବରେଲିରେ ନାମାଙ୍କନ ଭରିବେ ରାହୁଲ । ଏଥିପାଇଁ ତାଙ୍କ ଓଡିଶା ଗସ୍ତ ବାତିଲ କରାଯାଇଥିବା ସୂଚନା ଦେଇଛନ୍ତି କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଶ୍ଚନ୍ଦନ ।
ଉତ୍ତରପ୍ରଦେଶର ସବୁଠୁ ଚର୍ଚ୍ଚିତ ଆସନ ତଥା କଂଗ୍ରେସ ଗଡ଼ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଏଥର ଆମେଥି ଛାଡ଼ି ରାୟବରେଲିରୁ ନିର୍ବାଚନ ଲଢ଼ିବେ ରାହୁଲ ଗାନ୍ଧୀ । ଆମେଥି ଆସନରେ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରିଛି ଦଳ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/8-5.jpg)