କନକ ବ୍ୟୁରୋ: ବାହାନଗା ଟ୍ରେନ ଦୁର୍ଘଟଣା ପରେ କ୍ଷତିଗ୍ରସ୍ତ ହୋଇଥିବା ରେଳଲାଇନକୁ ମରାମତି କରାଯାଇଛି । ଟ୍ରାକ୍ ମରାମତି ପରେ ରାତିରେ ପ୍ରଥମେ ମାଲବାହୀ ଟ୍ରେନ୍ ଗଡ଼ିବା ପରେ ସକାଳେ ଗଡ଼ିଛି ଯାତ୍ରୀବାହୀ ଟ୍ରେନ୍ । ଗତକାଲି ରାତି ପ୍ରାୟ ୧୦ ଟା ପରେ ଉଭୟ ଅପ୍ ଏବଂ ଡାଉନରେ ପରକ୍ଷାମୂଳକ ଭାବେ ମାଲଗାଡି ଚଳାଚଳ ଆରମ୍ଭ ହୋଇଥିଲା । ପ୍ରଥମ ଟ୍ରେନ ଚାଲିଲା ବେଳେ ଭାବବିହ୍ୱଳ ହୋଇପଡିଥିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  । କହିଲେ ଏବେବି ଦାୟିତ୍ୱ ସରିନି ।

Advertisment

ଦୁର୍ଘଟଣାସ୍ଥଳରେ ଧ୍ୱଂଶବିଧ୍ୱଂଶ ଅବସ୍ଥାରେ ପଡିରହିଥିବା ବଗିଗୁଡିକୁ ଟ୍ରାକରୁ ହଟାଇ ଦିଆଯାଇଛି । ଦୁର୍ଘଟଣା ପରେ ଶନିବାରଠୁ ଘଟଣାସ୍ଥଳରେ ରହି ସମସ୍ତ କାର୍ଯ୍ୟର ତଦାରଖ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱୀନୀ ବୈଷ୍ଣବ । ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ ଭାବବିହ୍ୱଳ ହୋଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଏବେ ବି ସରିନି ଉତରଦାୟିତ୍ୱ ।