ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  । ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ କରୁଛନ୍ତି ।

796

କନକ ବ୍ୟୁରୋ: ସକାଳୁ  ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଲେଣି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ଘଟଣା ସ୍ଥଳରେ ପହଞ୍ଚି ପୁରା ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି ମନ୍ତ୍ରୀ । ଆଉ କିଛି ସମୟ ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘଟଣାସ୍ଥଳରେ ପହଞ୍ଚିବାର ସୂଚନା ରହିଛି ।

 ବାହାନଗା ଟ୍ରେନ ଦୁର୍ଘଟଣାରେ ଏଯାଏଁ ୨୩୩ ଜଣଙ୍କର ମୃତ୍ୟୁ ହେଲାଣି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢିପାରେ ବୋଲି କହିଛନ୍ତି ପ୍ରଦୀପ ଜେନା । ସକାଳୁ ସକାଳୁ ଉଦ୍ଧାର କାର୍ୟ୍ୟ ଜୋରଦାର ହେବାକୁ ଥିବା ବେଳେ ଆହୁରି ଅନେକ ମୃତଦେହ ଉଦ୍ଧାର ହେବାର ଆଶଙ୍କା ରହିଛି । ଟ୍ରେନ ଦୁର୍ଘଟଣା ହେବା ପରେ ଗତକାଲି ରାତି ଠାରୁ ଏବେ ଯାଏଁ ଉଦ୍ଧାରକାର୍ୟ୍ୟ ଜାରି ରହିଛି ।