କନକ ବ୍ୟୁରୋ : ଏଣିିକି ରେଳରେ ଯାଇ ହେଲା ଦଶପଲ୍ଲା । ଦଶପଲ୍ଲା ଷ୍ଟେସନର ଉଦଘାଟନ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ନବ । ଦଶପଲ୍ଲାକୁ ନିୟମିତ ରେଳ ଚଳାଚଳ ପାଇଁ ସମୟ ନିର୍ଦ୍ଧାରଣ ହୋଇଛି । ଦଶପଲ୍ଲାରୁ ପୁରୀ ଯିବାକୁ ଥିବା ଟ୍ରେନ ନମ୍ବର ୦୮୪୩୦ ଦଶପଲ୍ଲାରୁ ସକାଳ ୬ଟା ୩୦ରେ ବାହାରିବ । ଏହି ଟ୍ରେନ ପୁରୀରେ ପୂର୍ବାହ୍ନ ୧୧ଟା ୧୫ରେ ପହଂଚିବ । ସେହିପରି ପୁରୀରୁ ଦଶପଲ୍ଲା ଆସିବାକୁ ଥିବା ଟ୍ରେନ ପୁରୀରୁ ସଂଧ୍ୟା ୬ଟାରେ ବାହାରି ପୂର୍ବ ନିର୍ଘଂଟ ଅନୁସାରେ ଦଶପଲ୍ଲାରେ ରାତି ୧୦ଟା ୧୫ରେ ପହଂଚିବ । ଦଶପଲ୍ଲାରୁ ଭୁବନେଶ୍ୱରକୁ ଯିବାକୁ ଥିବା ଟ୍ରେନ ଦଶପଲ୍ଲାରୁ ସକାଳ ୬ଟା ୧୫ରେ ଛାଡି ଭୁବନେଶ୍ୱରରେ ସକାଳ ୯ଟାରେ ପହଂଚିବ । ଏହି ଟ୍ରେନ ସଂପ୍ରସାରଣ ହେବା ଦ୍ୱାରା ଦଶପଲ୍ଲା ସହିତ ଯୋଡି ହୋଇଥିବା ଅନେକ ଉପାନ୍ତ ଅଂଚଳର ଲୋକମାନେ ଉପକୃତ ହେବେ । ଅଂଚଳର ସାମାଜିକ- ଅର୍ଥନୈତିକ ବିକାଶକୁ ଗତି ପ୍ରଦାନ କରିବ ।
ଆଜିଠୁ ରାଜ୍ୟର ରେଳ ମାନଚିତ୍ରରେ ଯୋଡ଼ି ହେଲା ଦଶପଲ୍ଲା । ଖୋର୍ଦ୍ଧା-ବଲାଙ୍ଗିର ରେଳପଥରେ ପ୍ରଥମ ଥର ପାଇଁ ଦଶପଲ୍ଲାକୁ ଗଡ଼ିବ ୪ଟି ଟ୍ରେନ୍
/kanak/media/post_attachments/wp-content/uploads/2024/01/24-5.jpg)