କନକ ବ୍ୟୁରୋ: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିଯାଇଛି। ଏହାର ପ୍ରଭାବ ଆଉ ଓଡ଼ିଶା ଉପରେ ନାହିଁ। ଅନ୍ୟପଟେ ମୌସୁମୀ ଟ୍ରଫ୍ ଏବେ ଗଙ୍ଗନଗର, ଶିବପୁରୀ, ସ୍ପଷ୍ଟ ଚିହ୍ନିତ ଲଘୁଚାପ ବଳୟ କେନ୍ଦ୍ର ଦେଇ ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ପୂର୍ବ ମଧ୍ୟପ୍ରଦେଶ ହୋଇ ଉତ୍ତର ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଆଡ଼କୁ ଗତି କରୁଛି। ଫଳରେ ରାଜ୍ୟରେ ଏବେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ପ୍ରାୟ ୩୧ ତାରିଖ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ। କାଁ ଭାଁ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧ ତାରିଖ ଦିନ ରାଜ୍ୟରେ ବର୍ଷାର ପରିମାଣ ଟିକେ ବଢ଼ିବ। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୁନ୍ଦରଗଡ଼, ଜଗତ୍ସିଂହପୁର ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି। ଆସନ୍ତା ୨/୩ ଦିନ ପର୍ଯ୍ୟନ୍ତ କଟକ ଓ ଭୁବନେଶ୍ବରରେ ପାଗ ଆଂଶିକ ମେଘୁଆ ରହିବ। କାଁ ଭାଁ କିଛି କିଛି ଅଞ୍ଚଳରେ ବର୍ଷା ହୋଇପାରେ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/03/RAIN-750x430-1.jpg)