୨୫ରେ ପୁଣି ଲଘୁଚାପ ! ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା

ଚାଷୀଙ୍କ ପାଇଁ ଆସୁଛି ଭଲ ଖବର: ୪ ଓ ୫ ତାରିଖରେ ବର୍ଷା ସମ୍ଭାବନା; ସାରା ଓଡିଶାରେ ହେବ ବର୍ଷା, କେତେକ ସ୍ଥାନରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

କନକ ବ୍ୟୁରୋ : ଆସନ୍ତା ୨୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ତ୍ରିପୁରା, ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ବର୍ଷା ବଢ଼ିବ। ଓଡ଼ିଶାରେ ବଡ଼ ଧରଣର ବର୍ଷା ନାହିଁ। ତେବେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

publive-imageଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୩ ତାରିଖ ପର୍ଯ୍ୟନ୍ତ ଉତ୍ତର, ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ୫୦ ମିମିରୁ ଅଧିକ ବର୍ଷା ହୋଇପାରେ। ନ ହେଲେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୧ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନୂଆପଡ଼ା ଓ ନବରଙ୍ଗପୁରର ଅଧିକାଂଶ ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ୨୨ରେ କଳାହାଣ୍ଡି, କନ୍ଧମାଳ ସମେତ ଉପକୂଳ ଓ ଉତ୍ତର ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହାପରେ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ପରିମାଣ ବଢ଼ିବ। ୨୩ରେ କୋରାପୁଟ, ମାଲକାନଗିରି ଓ ନୂଆପଡ଼ା, ୨୪ରେ କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ବର, କଟକ, ଭଦ୍ରକ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବା ନେଇ ସତର୍କସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ହେଉଛି ଯେ ଆସନ୍ତା ୨୧ରୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କାଁ ଭାଁ ବର୍ଷା ହୋଇପାରେ। ତେବେ ୨୫ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ସ୍ଥଳ ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର ବାୟୁମଣ୍ଡଳରେ ଦକ୍ଷିଣ ଆଡ଼କୁ ଢ଼ଳି ରହିବ। ଯାହାଦ୍ବାରା ରାଜ୍ୟରେ ବର୍ଷା ହେବ। ଅନୁମାନ କରାଯାଉଛି ଯେ ୨୫ରୁ ୨୭ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକୁ ଛାଡ଼ି ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ୨୫ ତାରିଖ ଦିନ ସାମାନ୍ୟରୁ ମଧ୍ୟମ ଧରଣର ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ ଫୁଲବାଣୀରେ ବର୍ଷା ପରିମାଣ ଅଧିକ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe