ରାଜ୍ୟରେ ପୁଣି ବଦଳିବ ପାଗ । ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ! ଜାଣନ୍ତୁ କେଉଁ କେଉଁ ଜିଲ୍ଲାକୁ ସତର୍କ ସୂଚନା ଜାରି

କନକ ବ୍ୟୁରୋ : ମୌସୁମୀ ଟ୍ରଫ୍ ଏବେ ଜମ୍‌ସେଦପୁର, ଲଘୁଚାପର କେନ୍ଦ୍ରସ୍ଥଳ, ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ପୂର୍ବ ରାଜସ୍ଥାନ ହୋଇ ନାଗାଲାଣ୍ଡ ଆଡ଼କୁ ଗତି କରୁଛି। ରାଜ୍ୟରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ଏବେ ନିଜ ସ୍ଥାନରେ ରହିଛି। କିନ୍ତୁ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଯିବାର ଆଶଙ୍କା ରହିଛି। ତେବେ ଭଲ ବର୍ଷା ହେଲେ ମୌସୁମୀ ପୁଣି ଥରେ ସକ୍ରିୟ ହୋଇପାରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି। ଅନ୍ୟପଟେ  ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ରାଜ୍ୟ‌ରେ ଗତ ୩ ଦିନ ହେଲା ଶୁଖିଲା ଓ ଖରାଟିଆ ପାଗ ଲାଗି ରହିଛି। ତେବେ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ‌ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦ୍ର‌ାପଡ଼ା, ରାୟଗଡ଼ା, ଗଜପତି, ମାଲକାନଗିରି ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଅନ୍ୟପଟେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନ‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୨ ତାରିଖ ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ଓ ମାଲକାନଗିରିର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏହି ୩ ଦିନ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି। ବିଶେଷ କରି ଢେଙ୍କାନାଳ, ରାୟଗଡ଼ା, କେନ୍ଦୁଝର, ନବରଙ୍ଗପୁର, ଅନୁଗୁଳ, ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe