କନକ ବ୍ୟୁରୋ : ୨୩ ତାରିଖ ଯାଏ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ। କାଁ ଭାଁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ୧୯ ତାରିଖରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ୨୦ ତାରିଖରେ ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି। ତେଣୁ ଲୋକେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
ଏହାପରେ ତିନି ଦିନ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୪ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ସାମାନ୍ୟ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ ୧୨ ଘଣ୍ଟା ମଧ୍ୟରେ ହୀରାକୁଦରେ ସର୍ବାଧିକ ୧୩ ମିମି ବର୍ଷା ହୋଇଥିବାବେଳେ କୋରାପୁଟ, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ସ୍ବଳ୍ପ ବର୍ଷା ହୋଇଛି।
Follow Us