ପୁଣି ଅକ୍ଟୋବର ୨ରୁ ବର୍ଷିବ ସାରା ରାଜ୍ୟରେ ! ସାମନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ରହିଛି ସମ୍ଭାବନା

Advertisment
ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିଲେ ହେଁ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନାହିଁ। ହେଲେ ୨ ତାରିଖରୁ ପୁଣି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସୋନପୁର, ଢେଙ୍କାନାଳ, ଅନୁଗୁଳ ଏବଂ କେନ୍ଦୁଝରରେ ବର୍ଷା ହେବ।

ସେହିପରି ୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେଲେ ବି କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe