କନକ ବ୍ୟୁରୋ : ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବାଲେଶ୍ବର, ଭଦ୍ରକ, ଯ‌ାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା ହୋଇପାରେ। ଏଥିସହ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ । ଏଣୁ ଏହି ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Advertisment

ରାଜ୍ୟରେ ୧ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨ ତାରିଖରୁ ରାଜ୍ୟର ପାଗ ଶୁଖିଲା ରହିବ ।