ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ୭ ଜିଲ୍ଲାକୁ ଅଂରେଜ ଏବଂ ୧୦ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ, ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବର୍ଷିବ ୩ ଦିନ ।

1,071

କନକ ବ୍ୟୁରୋ : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଫଳରେ ଆସନ୍ତା ତିନି ଦିନ ଧରି ରାଜ୍ୟର ଅଧିକାଂଶ ଅଂଚଳରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗର ଉତର-ପୂର୍ବ ଉପକୂଳରେ ସୃଷ୍ଟି ଏହି ଲଘୁଚାପ ବଳୟ ଆଜି ଅଧିକ ଘନୀଭୂତ ହେବାର ସଂଭାବନା ରହିଛି । ଏହାର ପ୍ରଭାବକୁ ଦୃଷ୍ଟିରେ ରଖି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ଅଂରେଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ବିଶେଷ କରି ଉତ୍ତର ଓଡିଶାର ଅଧିକାଂଶ ଜିଲ୍ଲାରେ ଏବଂ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ମାଲକାନଗିରି, କୋରାପୁଟ, ବାଲେଶ୍ୱର, ମୟୂରଭଂଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଏହି ୭ ଜିଲ୍ଲାକୁ ଅରେଂଜ ୱାଣ୍ଣିଂ ଜାରି ହୋଇଛି ।

ୟେଲୋ ୱାର୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଦେବଗଡ଼ ଓ କଳାହାଣ୍ଡି । ୨୨ ତାରିଖରେ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଆସନ୍ତା ୨୩ ଯାଏଁ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Comments are closed.