କନକ ବ୍ୟୁରୋ: ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏଥିସହିତ ଆସନ୍ତା ୩ ଘଣ୍ଟା ପାଇଁ ସତର୍କ ରହିବାକୁ ଲୋକଙ୍କୁ ଦେଲା ପରାମର୍ଶ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା କିଛି ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିପାରେ । କନ୍ଧମାଳ, ବରଗଡ, ସୋନପୁର, ନୟାଗଡ, ପୁରୀ, କେନ୍ଦୁଝର, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ କଟକରେ ପ୍ରବଳ ବର୍ଷା ହୋଇପାରେ । ତା ସହିତ ନୟାଗଡ, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିିରି, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାର ଲୋକଙ୍କୁ ଆସନ୍ତା ୩ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ଅନ୍ୟପଟେ ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ୨୬ ତାରିଖ ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/09/2-1-750x430-1.jpg)