ଆସୁଛି ଆଉ ଏକ ଲଘୁଚାପ ! ଆସନ୍ତା ୭ ତାରିଖରୁ ବର୍ଷା ସମ୍ଭାବନା ।

2,623

କନକ ବ୍ୟୁରୋ : ଆସନ୍ତା‌ ୩ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ୫ କିମ୍ବା ୬ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପରେ ଏହାର ଗତି କେଉଁଆଡ଼େ ରହିବ ସେ ନେଇ ଏ ପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ ଆକଳନ କରି ନାହିଁ । ତେବେ ଏହାର ପ୍ରଭାବରେ ୭ ତାରିଖଠାରୁ ପୂର୍ବ ଭାରତରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୪ ଓ ୫ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । କିନ୍ତୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ଶୁଖିଲା ରହିବ । ଶନିବାର ଓ ରବିବାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ୭ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ ରବିବାର ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବଳୟ ପରବର୍ତ୍ତୀ ସମୟରେ ଘୂର୍ଣ୍ଣିଝଡରେ ପରିଣତ ହୋଇପାରେ ।

Comments are closed.