୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଆଶଙ୍କା । ପ୍ରଭାବରେ ବୁଧବାରଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ

Advertisment
ଓଡ଼ିଶା ଛୁଇଁବ ମୌସୁମୀ : ୧୦ରୁ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ; ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କନକ ବ୍ୟୁରୋ : ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ବୁଧବାରଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି କୁହାଯାଇଛି ‌ଯେ ଗୁରୁବାରଠାରୁ ବର୍ଷା ପରିମାଣ ଆହୁରି ବୃଦ୍ଧି ପାଇବ। ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ୨୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବାକୁ ଥିବାରୁ ଅର୍ଧାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମୌସୁମୀ ସକ୍ରିୟ ରହିଥିବାରୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ‌ବହିବାର ସମ୍ଭାବନା ମଧ୍ୟ ରହିଛି।

ଏହାଫଳରେ ସମୁଦ୍ର କିଛିଟା ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନେ ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଆଜି ସକାଳ ୮ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ଅନୁଗୁଳରେ ସର୍ବାଧିକ ୨୬.୮ ମିମି ବର୍ଷା ରେକର୍ଡ ହୋଇଛି। ଏହାବ୍ୟତୀତ ହୀରାକୁଦରେ ୨୫.୮, ତାଳଚେର ଓ ଝାରସୁଗୁଡ଼ାରେ ୧୦ ମିମି ଲେଖାଏଁ, ବଲାଙ୍ଗୀରରେ ୯ ମିମି ବର୍ଷା ହୋଇଛି। ଯଦି ଦେଖାଯାଏ ଗତ ୩୬ ଘଣ୍ଟାରେ ପୁରୀରେ ସର୍ବାଧିକ ୧୦୨.୨ ମିମି ବର୍ଷା ରେକର୍ଡ କରାଯାଇଛି। ସୁନ୍ଦରଗଡ଼ରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରି ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe