ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା : ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

Advertisment
ରାଜ୍ୟରେ ୩ ତାରିଖରେ ବର୍ଷା ସମ୍ଭାବନା : ଶୀତ ଲହରୀ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କନକ ବ୍ୟୁରୋ : ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । କିନ୍ତୁ ପରବର୍ତ୍ତୀ ଦୁଇ ଦିନ ପାଗ ଶୁଖିଲା ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଏବଂ ନୂଆପଡାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ୨୧ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଏବଂ କଳାହାଣ୍ଡିରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ୩୦ ତାରିଖ ଆଡ଼କୁ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେଦିନ ବିଶେଷ କରି ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକ ଯଥା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଜଗପତି, ଗଞ୍ଜାମ, କନ୍ଧମାଳ ଆଦି ଜିଲ୍ଲା ସମେତ ନୟାଗଡ଼, ଖୋର୍ଧା, କଟକ, ପୁରୀ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ।

ସେହିଭଳି ଜୁଲାଇ ପହିଲାରେ ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ସମଗ୍ର ଉତ୍ତର ଓ ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ୩୦ ଓ ୧ ତାରିଖ ପାଇଁ କେନ୍ଦ୍ର ପକ୍ଷରୁ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁନ୍‌ ୧ରୁ ୨୭ ତାରିଖ ମଧ୍ୟରେ ଓଡ଼ିଶାରେ ୧୭୪.୯ ମିମି ବର୍ଷା ହୋଇଛି ଯାହା ସ୍ୱାଭାବିକ ବର୍ଷା ୧୮୬.୧ ମିମିଠାରୁ ୬ ପ୍ରତିଶତ କମ ରହିଛି ।

ଏହି ସମୟ ଅବଧି ମଧ୍ୟରେ ୧୦ ଜିଲ୍ଲା ଯଥା, ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝରଠାରେ ନିଅଣ୍ଟିଆ ବର୍ଷା ହେଇଛି, ଯାହା ସ୍ଵାଭିବିକ ବର୍ଷା ଠାରୁ ୨୦ ରୁ ୫୯% ଯାଏ କମ । ୭ ଜିଲ୍ଲା ଯଥା, ସୁନ୍ଦରଗଡ଼, ଝାରସୁଗୁଡ଼ା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କୋରାପୁଟଠାରେ ସ୍ୱାଭାବିକଠାରୁ ୨୦ ରୁ ୫୯ ପ୍ରତିଶତ ଯାଏ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଠ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୨୫୭.୪ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୭୯.୫ ମିମି ବର୍ଷା ରେକର୍ଡ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe