ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା

382

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି ବୋଲି ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ନାୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ମାଲକାନଗିରିରେ ସର୍ବାଧିକ ୩୬.୪ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୩.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ ଆସନ୍ତା ୪ ଓ ୮ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବେଶାଖୀ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। କେତେକ ସ୍ଥାନରେ ବଜ୍ରପାତର ବି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୪ରୁ ୮ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବେଶାଖୀ ବର୍ଷା ହେବାର ଆଶଙ୍କା ରହିଛି ।