ଘୂର୍ଣ୍ଣିବଳୟ ପ୍ରଭାବ : ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

1,024

କନକ ବ୍ୟୁରୋ : ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୩ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶା ଉପରେ ଘଡ଼ଘଡ଼ି ସହ ବର୍ଷାର ପ୍ରଭାବ ଅଧିକ ରହିବ । ବାକି ସ୍ଥାନରେ ବର୍ଷାର ପରିମାଣ କମ୍‌ ରହିବ । ଦକ୍ଷିଣ ଓଡ଼ିଶା ବ୍ୟତୀତ ରାଜ୍ୟର ଅନ୍ୟାନ୍ୟ ସମସ୍ତ ଅଞ୍ଚଳରେ ୫ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଶଙ୍କା‌ ପ୍ରକାଶ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆକଳନ କରାଯାଇଛି, ୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଧା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ, ୪ ଓ ୫ ତାରିଖରେ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା‌ ହୋଇପା‌ରେ । ୬ ଓ ୭ ତାରିଖରେ ଉତ୍ତର ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା ରହିଛି । ୫ତାରିଖ ପାଇଁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୧୨ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ସର୍ବା‌ଧିକ ୧୨.୮ ମିମି ବର୍ଷା ରେକର୍ଡ କରାଯାଇଛି ।