ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁଆପଥର ସହ ଝଡ଼ ବର୍ଷା ସମ୍ଭାବନା ! ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ

Advertisment
ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ! ୧୪ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

କନକ ବ୍ୟୁରୋ : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା ବିଶେଷ ଭାବେ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କୁଆପଥର ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି । ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

publive-image

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ତଥା ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ କୁଆପଥର ମାଡ଼, ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି । ଏଣୁ ଏହି ସମୟରେ ବାହାରକୁ ନ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ୱର ସମେତ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ଅନୁଭୂତ ହୋଇଛି । ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବର୍ଷା ହେଲେ ଗରମରୁ ସାମନ୍ୟ ତ୍ରାହି ମିଳିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe