ପୁଣି ବର୍ଷାରେ ଭିଜିବ ଓଡିଶା: ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା, ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା: ତିନି ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

1,579

କନକ ବ୍ୟୁରୋ: ଆଜିଠାରୁ ୩ ଦିନି ଯାଏଁ ବର୍ଷାରେ ଭିଜିବ ଓଡିଶା । ଉତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ରାଜ୍ୟରେ ଦକ୍ଷିଣ-ପଶ୍ଚିମ-ମୌସୁମୀ ବାୟୁ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏପରିକି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବରଗଡ, ଦେବଗଡ, ସମ୍ବଲପୁର ଓ ଝାରସୁଗୁଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ସେହିପରି ନୂଆପଡା, ସୋନପୁର ନବରଙ୍ଗପୁର, ସୁନ୍ଦରଗଡ, କେନ୍ଦୁଝର ଓ ମାଲକାନଗିରିରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ରାୟଗଡା ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଜୁଲାଇ ୧୭ରେ କନ୍ଧମାଳ, ଗଜପତି, ବୌଦ୍ଧ ଓ କେନ୍ଦୁଝରର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।