ବର୍ଷାରେ ଭିଜିବ ରଜ: ମୌସୁମୀ ବାୟୁ ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା...୮ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା

Advertisment
ଓଡ଼ିଶା ଛୁଇଁବ ମୌସୁମୀ : ୧୦ରୁ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ; ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କନକ ବ୍ୟୁରୋ: ସାରା ରାଜ୍ୟକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଗତକାଲି ମଧ୍ୟାହ୍ନ ସୁଦ୍ଧା ସମଗ୍ର ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବା ସହ ବର୍ଷା କରାଇଛି। ରାଜ୍ୟର ମୌସୁମୀ ବାୟୁର ପ୍ରଭାବ ଯୋଗୁଁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। କିଛି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ସହ ଅନ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଗତକାଲି ସୁଦ୍ଧା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନକୁ ଛାଡ଼ି ଦେଲେ ବାକି ସ୍ଥାନରେ ମୌସୁମୀ ବର୍ଷା ହୋଇଥିବା ବେଳେ ଗତକାଲି ସାରା ଓଡ଼ିଶାରେ ହୋଇଛି। ମୌସୁମୀ ପାଇଁ ଅନୁକୂଳ ପରିସ୍ଥିତି ଯୋଗୁଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ଧୀରେଧୀରେ ଅସ୍ପଷ୍ଟ ହେବାରେ ଲାଗିଛି। ଫଳରେ ସୃଷ୍ଟ ଘୂର୍ଣ୍ଣିବଳୟଟି ଏବେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ଏହାସହ ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ କଟକରେ ସର୍ବାଧିକ ୪୯ମିମି ବର୍ଷା ହୋଇଥିବା ବେଳେ ସମ୍ବଲପୁରରେ ୪୪ମିମି ବର୍ଷା ହୋଇଛି। ସେହିପରି ଝାରସୁଗୁଡ଼ାରେ ୩୪ ମିମି, କେନ୍ଦୁଝରରେ ୨୭ମିମି ଲେଖାଏଁ ବର୍ଷା ହୋଇଛି। ଆଜି ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ବର୍ଷା ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe