କନକ ବ୍ୟୁରୋ : କୋହଲା ପାଗକୁ ବର୍ଷା । ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଗତକାଲି ଠାରୁ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା ।
ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଯାହା ଜନଜୀବନକୁ କିଛି ମାତ୍ରାରେ ପ୍ରଭାବିତ କରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/01/in-delhi_rain_winter.jpg)