ରାଜ୍ୟରେ ଆହୁରି ଦୁଇଦିନ ଧରି ବର୍ଷା ସମ୍ଭାବନା: ବିଭିନ୍ନ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ଦୁଇଦିନ ଧରି ବର୍ଷା ସମ୍ଭାବନା: ବିଭିନ୍ନ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

କନକ ବ୍ୟୁରୋ: ରାଜ୍ୟରେ ବର୍ତ୍ତମାନ ପଶ୍ଚିମ ଝାଡ଼ଖଣ୍ଡ ଓ ତାର ପାଶ୍ୱବର୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଆଜିଠାରୁ ବର୍ଷାର ପରିମାଣ କମିବ। ଆଗାମୀ ୫ ଦିନଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଆସନ୍ତା ୨୪ ଘଂଟାରେ କାଭ କାଁଭାଁ ସ୍ଥାନ ବର୍ଷା ହେବ। ସୁନ୍ଦରଗଡ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝର ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୧୦ ତାରିଖ ଠାରୁ ଧୀରେ ଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ ରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ଗତ ୨୪ ଘଂଟାରେ ସାରା ରାଜ୍ୟରେ ହାକୁକାରୁ ମଧ୍ୟମ ବର୍ଷା ସହ ୫ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ରେ ୧୩୪.୦୦ ମିମି ବର୍ଷା ରେକର୍ଡ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe