କନକ ବ୍ୟୁରୋ: ଉତ୍ତର ଉପକୂଳ ଓଡିଶା ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଉପରେ ଥିବା ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ‘ୱେଲ ମାର୍କଡ୍ ଲୋ ପ୍ରେସର’ରେ ପରିଣତ ହୋଇଛି। ଏହା ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୯.୫ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହେବା ସହ ପଶ୍ଚିମ-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାବାଦ୍ ୧୯ ଅଗଷ୍ଟରେ ଉତ୍ତର ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ମଧ୍ୟ ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଳ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଆଜି ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡା, ଅନୁଗୁଳ, ବଲାଙ୍ଗୀର, ନୂଆପଡା, ସୁନ୍ଦରଗଡ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର ଏବଂ ମାଲକାନଗିରିର ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡା ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମ୍ର ମଧ୍ୟରେ ରାଜ୍ୟର ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କଟକ, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/08/RAIN-2-1.jpg)