ରାଜ୍ୟର ୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ସମ୍ଭାବନା ! ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି

346

କନକ ବ୍ୟୁରୋ : ରାଜ୍ୟର ତିନୋଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ଗଞ୍ଜାମ, ଗଜପତି, ନୟାଗଡ଼ରେ ସ୍ୱଳ୍ପ ବର୍ଷା ହେବାର ସମ୍ଭବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ହେବାସହ ରାତି ୮ଟା ସୁଦ୍ଧା ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି । ଏହା ବ୍ୟତୀତ ରାଜ୍ୟର ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୧୩, ୧୪, ୧୫, ୧୬ ଓ ୧୭ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ହୋଇପାରେ ।

ଏନେଇ ଜିଲ୍ଲାର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ବି ପରାମର୍ଶ ଦିଆଯାଇଛି । ଓଡ଼ିଶାରେ ତାଳଚେର ସର୍ବାଧିକ ତାପମାତ୍ରା ୩୨.୨ଡିଗ୍ରି ସେଲସିୟସ୍ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୬.୦ ଡିଗ୍ରି ସେଲସିୟସ୍ ତାପମାତ୍ରା ରହିଛି । ୧୮ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ।