ରଥଯାତ୍ରାରେ ହୋଇପାରେ ବର୍ଷା । ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କଲା ପାଣିପାଗ କେନ୍ଦ୍ର, ଆଗାମୀ ୨୪ ଘଣ୍ଟା ଉପକୂଳ ଓଡ଼ିଶା ରହିବ ମେଘୁଆ ।

147

କନକ ବ୍ୟୁରୋ : ରଥଯାତ୍ରାରେ ହୋଇପାରେ ବର୍ଷା । ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ପୁରୀ ସମେତ ଉପକୂଳ ଓଡିଶାରେ ଆଗାମୀ ୨୪ ଘଣ୍ଟା ଧରି ମେଘୁଆ ରହିବ ପାଗ । ୫ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଉଛି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି । ପଶ୍ଚିମ କେନ୍ଦ୍ରୀୟ ଓ ଉତର-ପଶ୍ଚିମ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।