ଦକ୍ଷିଣ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ହାଲୁକା ବର୍ଷା ସମ୍ଭାବନା । ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ହୋଇପାରେ ବର୍ଷା?

Advertisment
୧୦ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା: ପଶ୍ଚିମା ଝଡ ପ୍ରଭାବରେ ହେବ ବର୍ଷା

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କିଛି ଜିଲ୍ଲାରେ ହାଲକା ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ପ୍ରକାର ୱାର୍ଣ୍ଣିଂ ଜାରି କରାଯାଇନାହିଁ।

ସେହିପରି ନଭେମ୍ବର ୧୭ରୁ ୧୮ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି।

ଏତଦ ବ୍ୟତୀତ ନଭେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଭବାନିପାଟଣା, ଟିଟଲାଗଡ଼, ମାଲକାନଗିରି ଓ ବୌଦ୍ଧରେ ସର୍ବାଧିକ ୩୨.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଥିବା ବେଳେ କେନ୍ଦୁଝରରେ ୧୭.୬ ଡିଗ୍ରୀ ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe