କନକ ବ୍ୟୁରୋ : କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି । ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି । ତେବେ ଆହୁରି ଦୁଇରୁ ତିନି ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Advertisment

ଅର୍ଥାତ୍ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି । ୯, ୧୦, ୧୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ଦୁଇ ଦିନ ପରେ ତାପମାତ୍ରା ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।