ଡିସେମ୍ବର ୩ ତାରିଖ ସନ୍ଧ୍ୟାରୁ ଆରମ୍ଭ ହେବ ବର୍ଷା । ୪,୫ରେ ପ୍ରବଳ ବର୍ଷିବ ।

352

କନକ ବ୍ୟୁରୋ : ଆସୁଛି ସିଭିୟର ସାଇକ୍ଲୋନିକ ଷ୍ଟର୍ମ । ବାତ୍ୟା ଜୱାଦ ପ୍ରଭାବରେ ଆସନ୍ତା ୩ ତାରିଖ ସନ୍ଧ୍ୟାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଡିସେମ୍ବର ୪ ତାରିଖ ଏବଂ ୫ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି ।

ତେବେ ୩ରୁ ୪ ଡିସେମ୍ବର ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁରରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି । ସେହିପରି ୪ରୁ ୫ ଡିସେମ୍ବର ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଉଛି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର । ଏହି ସବୁ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା କରାଯାଇଛି ।