କନକ ବ୍ୟୁରୋ: ପୁଣି ଆସୁଛି ଲଘୁଚାପ । ଆସନ୍ତା ୯ ତାରିଖରେ ବଙ୍ଗୋପସାଗରର ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ଲକ୍ଷଣ ଦେଖା ଦେଇଛି ।

Advertisment

ଏହାର ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ରାଜ୍ୟରେ୍ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୯ ତାରିଖରେ କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏପଟେ ରାଜ୍ୟରେ ଗତ ତିନି ଦିନରେ୍ ୨୨ଟି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିଥିବା ବେଳେ ଅନ୍ୟ ଜିଲ୍ଲା ଗୁଡିକରେ ସ୍ୱାଭାବିକ ବର୍ଷା ହୋଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।