କନକ ବ୍ୟୁରୋ: ଉତର-ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ଆଜି ପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ଗଜପତି ଜିଲ୍ଲାରେ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ଅନୁଗୁଳ ଏବଂ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ଆସନ୍ତା ୧୧ ତାରିଖ ପାଇଁ ୭ଟି ଜିଲ୍ଲାରେ ଓରେଂଜ୍ ୱାର୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ ତଳିଆ ଅଂଚଳରେ ଜଳ ନିଷ୍କାସନ ସମସ୍ୟା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ୧୨, ୧୩ ଏବଂ ୧୪ ତାରିଖରେ ରାଜ୍ୟର ବିଭିନ୍ନ ଜିଳ୍ଲାରେ ୟଲ୍ଲୋ ୱାର୍ଣିଂ ଜାରି କରାଯାଇଛି ।
ଆଜି ରାଜ୍ୟର ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ହେବାର ସମ୍ଭାବନା ରହିଛି। ଆଜି ଲଘୁଚାପର ପ୍ରଭାବ ଅଧିକ ରହିବ ଓ ରାଜ୍ୟର ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ବଲାଙ୍ଗୀର।