ଆସନ୍ତା ୩ ଦିନ ଯାଏ ବଡ଼ ବର୍ଷା ସମ୍ଭାବନା: ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

Advertisment
ରାଜ୍ୟରେ ଆସନ୍ତା ୪ ଦିନ ବର୍ଷା ! ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି

କନକ ବ୍ୟୁରୋ: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଆସନ୍ତା ୧୩ ତାରିଖ ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣରେ ଓ ପଶ୍ଚିମ ସୀମାନ୍ତରେ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଶେଷ ଭାବେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏ ନେଇ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର୍ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକଙ୍କ କହିବା ଅନୁସାରେ, ଲଘୁଚାପ ଯୋଗୁଁ ଆଜିଠାରୁ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ୧୫ ତାରିଖ ଦିନ ପାଗ ଶୁଖିଲା ରହିବ ଓ ୧୬ ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେହିଭଳି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଆସନ୍ତା ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ ଏବଂ ୧୪ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଦ୍ବାରା ରାଜ୍ୟରେ କିଛି ବର୍ଷା ହେବ। କିନ୍ତୁ ବଡ଼ ବର୍ଷାର ସମ୍ଭାବନା କମ୍। ଆସନ୍ତା ୧୨ରୁ ୧୪ ତାରିଖ ପର୍ୟ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିପାରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe