୧୯ରେ ପୁଣି ଲଘୁଚାପ: ପ୍ରଭାବରେ ରାଜ୍ୟରେ ୧୮ରୁ ବଢ଼ିବ ବର୍ଷା...ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୪ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
୧୯ରେ ପୁଣି ଲଘୁଚାପ: ପ୍ରଭାବରେ ରାଜ୍ୟରେ ୧୮ରୁ ବଢ଼ିବ ବର୍ଷା...ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୪ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

କନକ ବ୍ୟୁରୋ: ଆସନ୍ତା ୧୯ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୮ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତରପ୍ରଦେଶ ଓ ସଂଲଗ୍ନ ଅଞ୍ଚଳ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ଏହାଦ୍ବାରା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗି ରହିବ ‌ବୋଲି ଆଞ୍ଚଳିକ ପାଣିପାଗ ବି‌ଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର ବିଶ୍ବାସ କହିଛନ୍ତି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଓଡ଼ିଶାରେ ସକ୍ରିୟ ରହିଛି। ତେଣୁ ସାରା ରାଜ୍ୟରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗି ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଯଥା କଟକ, ପୁରୀ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ସମେତ ମୟୂରଭଞ୍ଜ, ବରଗଡ଼, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝା‌ରସୁଗୁଡ଼ା, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ତେବେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ଆହୁରି ବଢ଼ିବ।

ଜୁନ୍‌ ପହିଲାରୁ ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ସ୍ବାଭାବିକ୍‌ଠାରୁ ୨୩ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ସ୍ବାଭାବିକ ଭାବେ ୭୯.୨ମିମି ବର୍ଷା ହୋଇଥାଏ। ତେବେ ଏଥର ୯୭.୪ମିମି ବର୍ଷା ହୋଇଛି। ଝାରସୁଗୁଡ଼ାରେ ସବୁଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ଏଠାରେ ୧୫୨ମିମି ହୋଇଛି। ଏହାବ୍ୟତୀତ ବରଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ ଜିଲ୍ଲା ସମେତ ୧୫ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ପରିମାଣର ବର୍ଷା ହୋଇଛି। ୧୦ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୫ଜିଲ୍ଲା ଯଥା ସୋନପୁର, ନୂଆପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗୀରରେ ସ୍ବାଭାବିକଠାରୁ କମ୍‌ ବର୍ଷା ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe