୩ ଦିନ ବର୍ଷାରୁ ନିସ୍ତାର ନାହିଁ । ଉତ୍ତର ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷିବ

4,836

କନକ ବ୍ୟୁରୋ : ରାଜ୍ୟରେ ଆହୁରି ୩ ଦିନ ବର୍ଷା ହେବ । ଛତିଶଗଡ-ଓଡିଶା- ଝାଡଖଣ୍ଡ ସୀମାନ୍ତ ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉତର ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ଏବେ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

ଅପରପକ୍ଷେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୧୧ରୁ ୧୪ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେବେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବର୍ଷା ଲାଗି ରହିଛି । ବର୍ଷା ଲାଗି ରହିଥିବା କାରଣରୁ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ମଧ୍ୟ କ୍ରମାଗତ ଭାବରେ ବଢିବାରେ ଲାଗିଛି ।