କନକ ବ୍ୟୁରୋ : ଆଜି ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ । କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହୋଇପାରେ । କେତେକ ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ସହିତ ଧୁଳିଝଡ ହୋଇପାରେ । ୬ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ।
ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ । ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ଏହିଭଳି କାଳବୈଶାଖୀ ବର୍ଷା ଜାରି ରହିବା ସହ ତାପମାତ୍ରା ବି ବିଶେଷ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/03/RAIN-750x430-1.jpg)