ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ‌ର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା । ପାଣିପାଗ ବିଭାଗର ସୂଚନା ।

Advertisment
ବୁଲିବାକୁ ବାହାରିଥିଲେ ତିନି ସାଙ୍ଗ : ବଜ୍ରାଘାତରେ ଚାଲିଗଲା ଜୀବନ; ଗାଁରେ ଶୋକର ଲହରି

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଳା‌ରେ ଘଡ଼ଘଡ଼ି ସହ ବର୍ଷା ‌ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଆଶଙ୍କା କରାଯାଉଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ ହୋଇଛି । ଏହି ଦୁଇ ଜିଲ୍ଳା ବ୍ୟତୀତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ଗଜପତି, କନ୍ଧମାଳ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କି‌ଲୋମିଟର ରହିବାକୁ ଥିବା ବେଳେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe