ରାଜ୍ୟରେ ବଢିଲା ତାପମାତ୍ରା...୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି...୮ଟି ଜିଲ୍ଲାରେ କୁଆପଥର ମାଡ ସହ ହୋଇପାରେ ବର୍ଷା

୩ ଦିନ ଯାଏ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷା ! ୪ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ: ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଫଳରେ ଏହି ସମୟ ମଧ୍ୟରେ ଥଣ୍ଡାର ପରିଣାମ କମ ରହିବ । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦୁଝରଗଡରେ ସର୍ବନିମ୍ନ ତାପମାତ୍ରା ୯.୬ ଡିଗ୍ରୀ ରେକର୍ଡ ହୋଇଛି । ଅନ୍ୟସବୁ ସହରରେ ପାରଦ ୧୦ ଡିଗ୍ରୀ ଉପରେ ରହିଛି । ବର୍ଷା ଛାଡ଼ିଗଲା ପରେ ଥଣ୍ଡା ପୁଣି ବଢ଼ିବାର ସମ୍ଭାବନା ରହିଛି ।

publive-image

ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ଘଂଟା ଭିତରେ ଆଭ୍ୟନ୍ତରୀଣ ଓଡିଶାରେ କିଛି ସ୍ଥାନରେ ବର୍ଷିପାରେ । ଉପକୂଳ ଓଡିଶାର ବି ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟର ୩ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

publive-image

ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡାରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୮ଟି ଜିଲ୍ଲାରେ କୁଆପଥର ସହ ଘଡଘଡି ଓ ବର୍ଷା ହୋଇପାରେ । ସେ ଜିଲ୍ଲାଗୁଡିକ ହେଉଛି... ଦେବଗଡ, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡା । ବର୍ଷା କମିବା ପରେ ୫ ତାରିଖ ପରଠୁ ଥଣ୍ଡାର ପ୍ରକୋପ ବଢିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe