କନକ ବ୍ୟୁରୋ: ଆଜି ସାରା ରାତି ହୋଇପାରେ ବର୍ଷା । ଏହାସହ ଆସନ୍ତାକାଲି ଯାଏଁ ରାଜ୍ୟର ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି । ଏହି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଝାରସୁଗୁଡା, ବରଗଡ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ । ଏହି ସବୁ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
ସେହିପରି ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ଆଭ୍ୟନ୍ତରୀଣ ଓଡିଶା ମୁହାଁ ହୋଇଛି । ଫଳରେ ଆଜିଠୁ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଲାଗି ରହିଛି । ସେହିପରି ଦୁଇ ଦିନ ହେବ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।