କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥପାଠ କରାଇଲେ ରାଜ୍ୟପାଳ, ଆସନ୍ତା ୧୮ ଓ ୧୯ ତାରିଖରେ ଶପଥ ନେବେ ବିଧାୟକ ।

539

କନକ ବ୍ୟୁରୋ : କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ରାଜଭବନରେ ଏହି ଶପଥଗ୍ରହଣ ଉତ୍ସବ ହୋଇଥିଲା ।

ଅନ୍ୟପଟେ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ରାଜା ସ୍ୱାଇଁ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇବାକୁ ପ୍ରସ୍ତାବ ଦେଇଥିଲେ । ଉଭୟ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏଥିପାଇଁ ଧନ୍ୟବାଦ । ଆସନ୍ତା ୧୮ ଓ ୧୯ ତାରିଖରେ ବିଧାନସଭାରେ ବିଧାୟକ ମାନଙ୍କ ଶପଥଗ୍ରହଣ ହେବ । ଆସନ୍ତା ୨୦ ତାରିଖରେ ବିଧାନସଭାରେ ବାଚସ୍ପତି ନିର୍ବାଚନ ହେବ । କାମଚଳା ବାଚସ୍ପତି ଭାବେ ଏହି ୩ ଦିନର କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ତୁଲାଇବି ବୋଲି କହିଛନ୍ତି ରାଜା ସ୍ୱାଇଁ ।