ଗଂଜାମରେ ବି ‘ରଜ’ ମହୋତ୍ସବ ବାତିଲ୍: ରଜ ପାଇଁ ଜିଲ୍ଲାରେ ୧୬ ତାରିଖ ପର୍ଯ୍ୟନ୍ତ କଟକଣା ଲାଗୁ; ରଜ ଦୋଳି, ମେଳା ମହୋତ୍ସବ, ଭୋଜିଭାତ ଉପରେ ରୋକ୍

449

କନକ ବ୍ୟୁରୋ: ଗଂଜାମରେ ରଜ ବନ୍ଦ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଜିଲ୍ଲାର ରଜ ମହୋତ୍ସବ ପାଳନ ଉପରେ କଟକଣା ଲଗାଇଲା ଜିଲ୍ଲା ପ୍ରଶାସନ। ତେବେ ରଜ ପାଇଁ ୧୧ରୁ ୧୬ ତାରିଖ ଯାଏଁ ଲାଗୁ ରହିବ କଟକଣା । ରଜ ଦୋଳି, ମେଳା, ମହୋତ୍ସବ, ଭୋଜିଭାତ ଉପରେ ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ରୋକ୍ ଲଗାଯାଇଛି । ସେହିଭଳି ସକାଳ ୭ରୁ ସନ୍ଧ୍ୟା ୭ଟା ଯାଏଁ ଖୋଲା ରହିବ ନିର୍ଦ୍ଦିଷ୍ଟ ଦୋକାନ । ଲୁଗା ଦୋକାନ ଓ ଷ୍ଟେସନାରୀ ଦୋକାନ ଖୋଲା ରହିବ । ଅନ୍ୟ ଦୋକାନ ସକାଳ ୭ଟାରୁ ଦିନ ୨ଟା ଯାଏଁ ଖୋଲା ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି ।

ସେପଟେ ଚଳିତବର୍ଷ ଫିକା ପଡିବ ରଜ ମହୋତ୍ସବ । ରଜ ପାଇଁ ଲାଗିଛି କଟକଣା । ରଜ ଉତ୍ସବକୁ ଦୃଷ୍ଟିରେ ରଖି କରୋନା ପାଇଁ ଉଗ୍ରତାର ପୀଠ ଓ ବରୁଣେଇ ମନ୍ଦିରରେ ଲାଗିବ ୧୪୪ ଧାରା । ୧୪ ତାରିଖରୁ ୨୦ ତାରିଖ ଯାଏଁ ପ୍ରତିବର୍ଷ ସେଠାରେ ରଜ ଉତ୍ସବ ପାଳନ କରାଯାଏ । ଅଧିକ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏଠାରେ ୭ ଦିନ ଧରି ୧୪୪ ଧାରା ଜାରି କରାଯିବ । ଏହି ସମୟରେ କୌଣସି ପ୍ରକାର ଉତ୍ସବ ଓ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବନି ।

ସେହିପରି କେନ୍ଦୁଝରରେ ରଜ ପର୍ବ ପାଳନ ପାଇଁ ହେଉଥିବା ସମସ୍ତ ପ୍ରକାର ମେଳା, ମେହୋତ୍ସବ ଓ ଦୋଳି ଖେଳ ଉପରେ ରୋକ୍ ଲଗାଇଛି ଜିଲ୍ଲାପ୍ରଶାସନ । ୧୬ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହି ସମୟରେ କୌଣସି ପ୍ରକାର ଜନସମାଗମ ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି । ତେବେ ଏହି ସମୟରେ ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଗାର୍ମେଂଟ ଓ ଷ୍ଟେସନାରୀ ଦୋକାନ ସମେତ ସମସ୍ତ ପ୍ରକାର ଅତ୍ୟାବଶ୍ୟକ ସାମଗ୍ରୀ ଦେକାନ ଖୋଲା ରହିବ । ତେବେ ଅନ୍ୟ ଦୋକାନ ଗୁଡିକ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲାବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।